ଉପକୂଳ ଅଞ୍ଚଳରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା

0 265

ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‍ସିଂହପୁର, କଟକ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାରେ ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଏହାର ପ୍ରଭାବରେ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ କରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଏବଂ
ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply