ଦୁବାଇରେ ଅଟକି ରହିଥିବା ୧୮ ଜଣ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଲାଗି କେନ୍ଦ୍ର ପେଟ୍ରୋଲିୟମ୍ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍. ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି । ଏହି ମାମଲାରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବା ସହ ସମସ୍ତ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରି ଫେରାଇ ଆଣିବା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ଗଞ୍ଜାମ ଜିଲ୍ଲାର ୧୮ ଜଣ ଶ୍ରମିକ ଗତ ୪ ମାସ ହେବ ବିନା ଦରମା ଓ ବିନାଖାଦ୍ୟପେୟରେ ସେଠାରେ ଅଟକି ରହିଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ବୈଦେଶିକ ମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।