୨୦୨୧-୨୨ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମବର୍ଷ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ
୨୦୨୧-୨୨ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମବର୍ଷ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ । କରୋନା କଟକଣା ମଧ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପାଠ ପଢ଼ାଯିବ । ଯୁକ୍ତ ୩ ପ୍ରଥମବର୍ଷ ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ଆଜିଠାରୁ ପାଠ ପଢ଼ିବେ । ଛାତ୍ରାବାସଗୁଡ଼ିକ ମଧ୍ୟ ପ୍ରଥମବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ବୋଲି ସୂଚନା ମିଳିଛି ।
ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ । ଏହା ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ନାମ ଲେଖାଇବା ପାଇଁ ପ୍ରାୟ ୩୮ହଜାର ଛାତ୍ରଛାତ୍ରୀ ଆବେଦନ କରିଥିବାବେଳେ ୩୧ହଜାର ୯୭୪ବିଦ୍ୟାର୍ଥୀ ଯୋଗ୍ୟ ବିବେଚିତ ହୋଇଛନ୍ତି ।