+୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ପୁନଃ ଯାଞ୍ଚ ଓ ପୁନଃ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ
ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ବର୍ଷର +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ପୁନଃ ଯାଞ୍ଚ ଓ ପୁନଃ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ସେପ୍ଟେମ୍ବର ୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ପରୀକ୍ଷାଫଳ ସ୍ଥଗିତ ଥିବା ଏବଂ କପିକରି ଧରାପଡିଥିବା ଛାତ୍ରଛାତ୍ରୀମାନେ ଏଥିପାଇଁ ଆବେଦନ କରିପାରିବେ ନାହିଁ ।
ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୧୨ ତାରିଖ ମଧ୍ୟରେ ସେମାନଙ୍କ ପରୀକ୍ଷାଖାତାର ନକଲ ଡାଉନ୍ଲୋଡ୍ କରିବା ପାଇଁ ଲିଙ୍କ୍ ଯୋଗାଇ ଦିଆଯିବ । ପ୍ରତ୍ୟେକ ବିଷୟ ପାଇଁ ଆବେଦନ ଦେୟ ୨୦୦ ଟଙ୍କା ରଖାଯାଇଛି ।