ଦେବଗଡ଼ ଜିଲ୍ଲାରେ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ୩ ଜଣ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି । ଏହି ୩ଜଣ ଶିକ୍ଷକ ପ୍ରଶ୍ନପତ୍ର ଲିକ୍ ହୋଇଥିବା ପରୀକ୍ଷା କେନ୍ଦ୍ରରେ ନିରୀକ୍ଷକ ଭାବେ ଦାୟିତ୍ୱରେ ଥିଲେ । ସୂଚନାଯୋଗ୍ୟ ଗତ ୯ ତାରିଖ ଦିନ ସଦର ମହକୁମାସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି । ତେବେ ଏ ନେଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି ।