୫-tସଚିବ ଭି.କେ.ପାଣ୍ଡିଆନ୍‍ ଗତକାଲି କଟକ ମା’ ଚଣ୍ଡିମନ୍ଦିର ପରିଦର୍ଶନ

122

୫-tସଚିବ ଭି.କେ.ପାଣ୍ଡିଆନ୍‍ ଗତକାଲି କଟକ ମା’ ଚଣ୍ଡିମନ୍ଦିର ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର
ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସେବାୟତ, ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଛନ୍ତି । ମନ୍ଦିରରେ ଥିବା ସମସ୍ୟା
ବିଶେଷକରି ଜଳନିଷ୍କାସନ, ପାର୍କିଂ ଓ ମରାମତି ନେଇ ମନ୍ଦିର କର୍ତ୍ତୃପକ୍ଷ ୫-t ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ମନ୍ଦିରକୁ ଅଧିକ ସୁନ୍ଦର କରିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ସମସ୍ତଙ୍କ ସହଯୋଗରେ ଏହାର ବିକାଶମୂଳକ କାର୍ଯ୍ୟ ଆରମ୍ଭ କରାଯିବ । ଏଥିପାଇଁ ୭ ଦିନ ମଧ୍ୟରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣାପଡିଛି ।

Comments are closed, but trackbacks and pingbacks are open.