ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଥିବା ଏକ ମାଛ ଫାର୍ମରେ ବିଦ୍ୟୁତ୍ ଦୁର୍ଘଟଣାରେ ଓଡ଼ିଶାର ୬ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ରାୟଗଡ଼ା ଜିଲ୍ଲା ଗୁଣୁପୁର ବ୍ଲକ୍ର ହୋଇଥିବାବେଳେ ଜଣେ ଗଜପତି ଜିଲ୍ଲାର ବୋଲି ଜଣାପଡ଼ିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ ।