ହ୍ରାସ ପାଇଲା ବର୍ଷା ପ୍ରକୋପ – ଏହାପରେ ବଢିବ ଖରା

0 1,409

ଭୁବନେଶ୍ୱର ୨୭।୦୨ – ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରକୋପ ହ୍ରାସ ପାଇଛି । ତେବେ ପଶ୍ଚିମ ଓଡ଼ିଶାରେ ଏହାର ପ୍ରଭାବ ରହିଥିବା ଦେଖାଦେଇଛି ।

ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଅନ୍ୟ ପକ୍ଷରେ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ,
ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । କଟକର କଣ୍ଟାପଡ଼ାଠାରେ ସର୍ବାଧିକ ୧୦ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି ।

ଉତ୍ତର ଉପକୂଳ ଓଡ଼ିଶା ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ା, କଳାହାଣ୍ଡି, ବଲାଙ୍ଗିର, ଝାରସୁଗୁଡ଼ା ଏବଂ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ନେଇ ଏଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply