ତାଳଚେର ସାର କାରଖାନା ଦେଶର ପ୍ରଥମ କୋଇଲା ଗ୍ୟାସିଫିକେଶନ ଆଧାରିତ ସାର କାରଖାନା-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0 349

ନୂଆଦିଲ୍ଲୀ-  ତାଳଚେର ସାର କାରଖାନା ଦେଶର ପ୍ରଥମ କୋଇଲା ଗ୍ୟାସିଫିକେଶନ  ଆଧାରିତ ସାର କାରଖାନା ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ସେଠାରେ କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେଶନ ଓ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହା କହିଛନ୍ତ ଏହି କାରଖାନା ଓଡ଼ିଶା ତଥା ପୂର୍ବ
ଭାରତର ବିଭିନ୍ନ ଅଞ୍ଚଳକୁ ୟୁରିଆ ତଥା ସାରର ସହଜ ଯୋଗାଣ ଉପଲବ୍ଧିକୁ ସୁନିଶ୍ଚିତ କରିବ । ଏହା ସହ ଓଡିଶାରେ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ସଙ୍ଗେ ସଙ୍ଗେ ରାଜ୍ୟର ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଏହି ବୈଠକରେ କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭିୟ ଓ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply