କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

0 514

କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ବିଭିନ୍ନ ଦିଗ ଉପରେ ଏକ ଉପସ୍ଥାପନା ମୁଖ୍ୟମନ୍ତ୍ରୀଙ୍କ ଅବଗତି ନିମନ୍ତେ କରାଯାଇଥିଲା ।

ଏହି ଚିଠା ଯୋଜନା ଉପରେ ଜନସାଧାରଣଙ୍କଠାରୁ ଏକ ସୁଚିନ୍ତିତ ମତାମତ ୨୧ଦିନ ଭିତରେ ପ୍ରଦାନ କରିବା ପାଇଁ ଅନୁରୋଧ କରାଯାଇଛି । ମନ୍ଦିର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କର ଫାଇଭ୍‍-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ ହେବାକୁ ଯାଉଛି ।

ପୁରୀକୁ ବିଶ୍ୱ ଐତିହ୍ୟ ନଗରୀଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ପରେ ଏହି କାର୍ଯ୍ୟକ୍ରମର ଅଂଶ ବିଶେଷଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି ।

ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, କୋଣାର୍କ ସୂର୍ଯ୍ୟମନ୍ଦିର ଗରିମାର ସୁରକ୍ଷା, ସ୍ଥାନୀୟ ବ୍ୟବସାୟିକମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ, ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟକ ଅର୍ଥନୀତିର ବିକାଶ । ଏହି ବୈଠକକୁ ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିବାବେଳେ ପୂର୍ତ୍ତ ସଚିବ ଉପସ୍ଥାପନା କରିଥିଲେ । ଏଥିରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply