ପୁଣେର ଏକ କାରଖାନାରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ଯୋଗୁଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ -ଅନୁକମ୍ପା ରାଶି ଘୋଷଣା

0 794

 

ମହାରାଷ୍ଟ୍ରର ପୁଣେସ୍ଥିତ ଏକ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏଥିସହିତ ପ୍ରଧାନମନ୍ତ୍ରୀ ଅନୁକମ୍ପା ରାଶି ମଧ୍ୟ ଘୋଷଣା କରିଛନ୍ତି ।

 

ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାରାଷ୍ଟ୍ରର ପୁଣେସ୍ଥିତ ଏକ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣା କଷ୍ଟ ଦାୟକ । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ।

 

ମହାରାଷ୍ଟ୍ରରେ ପୁଣେର ଏକ ଶିଳ୍ପ ୟୁନିଟରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ସେହିଭଳି ଗୁରୁତର ଆହତ ପ୍ରତ୍ୟେକ ବ୍ୟକ୍ତିମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି”

Leave A Reply