ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାବ୍ୟତୀତ ପଶ୍ଚିମ ରାଜସ୍ଥାନରୁ ପୂର୍ବ ରାଜସ୍ଥାନ, ମଧ୍ୟପ୍ରଦେଶ, ପଶ୍ଚିମ ଛତିଶଗଡ଼, ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ମଧ୍ୟଦେଇ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାବ୍ୟତୀତ ରାୟଗଡ଼ା,କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାର ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।