୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି

0 121

ଉତ୍ତର ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ ୧ ଦଶମିକ ୫ରୁ ୫ ଦଶମିକ ୮ ମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ।


ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲା – କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‍ସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର
ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply