ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି । ଆଜିଠାରୁ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।