କଟକ ବାଲୁବଜାର ପୂଜାକମିଟି ପକ୍ଷରୁ ଦେବୀଦୁର୍ଗାଙ୍କ ମୂର୍ତ୍ତିର ଉଚ୍ଚତା ବୃଦ୍ଧି ନେଇ ଦାଏର୍‍ କରାଯାଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି

0 75

କଟକ ବାଲୁବଜାର ପୂଜାକମିଟି ପକ୍ଷରୁ ଦେବୀଦୁର୍ଗାଙ୍କ ମୂର୍ତ୍ତିର ଉଚ୍ଚତା ବୃଦ୍ଧି ନେଇ ଦାଏର୍‍ କରାଯାଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । କଟକରେ ଜଗତ୍‍ଜନନୀ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ହାଇକୋର୍ଟରେ ଶୁଣାଣି ହୋଇଛି । ସୂଚନାଯୋଗ୍ୟ, ମା’ ଦୁର୍ଗାଙ୍କ ମୂର୍ତ୍ତି ୪ ଫୁଟ୍‍ ଉଚ୍ଚତାକୁ ବିରୋଧ କରି କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ।

ପୂର୍ବରୁ ମାମଲାର ଶୁଣାଣି କରି କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିବାବେଳେ ଶୁକ୍ରବାରରେ ହାଇକୋର୍ଟ ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି । ହାଇକୋର୍ଟଙ୍କ ପକ୍ଷରୁ କୁହାଯାଇଛି, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୪ ଫୁଟ୍‍ରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ ହୋଇପାରିବ ନାହିଁ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।

ତେଣୁ ସରକାରଙ୍କର କରୋନା ନିୟମାବଳିରେ ହସ୍ତକ୍ଷେପ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି ।

Leave A Reply