ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର
ସୂଚନା ଦେଇଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖଠାରୁ ରାଜ୍ୟରବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତା ୨୪ ଘଣ୍ଟା ଯାଏ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ରହିଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି ।
ଉତ୍ତର-ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।
ଉତ୍ତର-ପଶ୍ଚିମ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର ଏବଂ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।