ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‍ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି

0 91

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବହୁ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‍ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର
ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‍ବୋଧନ ଦେଇ ସ୍ମାର୍ଟ ହେଲଥକାର୍ଡ ବ୍ୟବସ୍ଥା, ସାଧାରଣ ଲୋକଙ୍କ ଚିକିତ୍ସା ବ୍ୟବସ୍ଥାରେ ଉନ୍ନତି ଆଣିପାରିବ ଏବଂ ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ମାଇଲ୍‍ଷ୍ଟୋନ୍‍ ବୋଲି କହିଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ଦିଆଯାଉଛି । ଏଭଳି ବ୍ୟବସ୍ଥା କରିବାରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ ବୋଲି ସେ କହିଛନ୍ତି ।


ଏହି ଅବସରରେ ଟିଟିଲାଗଡ-ସଇଁତଳା ବ୍ଲକରେ ସମ୍ପୂର୍ଣ୍ଣ ହୋଇଥିବା ପାଇପ୍‍ପାଣି ପ୍ରକଳ୍ପର ଉଦ୍‍ଘାଟନ କରିଛନ୍ତି । ଏଥିସହିତ ପର୍ଯ୍ୟଟନସ୍ଥଳୀ ହରିଶଙ୍କର ପାଇଁ ୩୯ କୋଟି ୬୭ ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି ।

Leave A Reply