ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା

0 112

ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ଏହାର ନିର୍ମାଣ କାର୍ଯ୍ୟ ଆସନ୍ତା ଅଢ଼େଇ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ କହିଛନ୍ତି ।


ବଲାଙ୍ଗିର ପୌରାଂଚଳ ଅନ୍ତର୍ଗତ ତଲପାଲି ମୌଜାର ସୂର୍ଯ୍ୟନଗରଠାରେ ପ୍ରାୟ ଦଶ ଏକରରୁ ଊଦ୍ଧ୍ୱର୍ ପରିମିତ ଅଂଚଳରେ ଏହି ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା ହେବ । ମନ୍ତ୍ରୀ ଶ୍ରୀ ପଣ୍ଡା କହିଛନ୍ତି, ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ ହେବାକୁ ଥିବା ଏହି କେନ୍ଦ୍ର ପରିସରରେ ଏକ ପାର୍କରେ ବିଜ୍ଞାନ ସମ୍ବଳିତ ବିଭିନ୍ନ ନମୁନା ଓ ପ୍ରଦର୍ଶନ ସାମଗ୍ରୀ ରହିବ ।


ପିଲାମାନଙ୍କ ନିମନ୍ତେ ବିଜ୍ଞାନ କୌତୁକ ପ୍ରସଙ୍ଗ ସମେତ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ପ୍ରାଣୀବିଜ୍ଞାନ ବିଷୟ ସଂପର୍କିତ ମତ ବିନିମୟ ନିମନ୍ତେ ବ୍ୟବସ୍ଥା କରାଯିବ । ଅନୁରୂପ ଭାବରେ ପ୍ଲାନେଟାରିୟମ୍‌ ରେ ଛାତ୍ରଛାତ୍ରୀ ତଥା ଜନସାଧାରଣଙ୍କ ସକାଶେ ମହାକାଶ ଅଭିଯାନ, ବିଶ୍ୱବ୍ରହ୍ମାଣ୍ଡ ଏବଂ ବିବର୍ତନ ଇତ୍ୟାଦି ନେଇ ବିଭିନ୍ନ ପ୍ରଦର୍ଶନ ବ୍ୟବସ୍ଥା ରହିବ ବୋଲି ନିର୍ମାଣସ୍ଥଳି ପରିଦର୍ଶନ ସମୟରେ ମନ୍ତ୍ରୀ ଶ୍ରୀ ପଣ୍ଡା କହିଛନ୍ତି ।

Leave A Reply