ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ତଥା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି । ଆଜି ସକାଳ ସୁଦ୍ଧା ଏହା ଗଭୀର ଅବପାତରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେବା ସହ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ଏହା ଓଡ଼ିଶାର ଦକ୍ଷିଣ ଉପକୂଳ ଗୋପାଳପୁର ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ବିଶାଖାପାଟନା ମଧ୍ୟ ଦେଇ ସ୍ଥଳଭାଗ ଅତିକ୍ରମ କରିବ ।
ଏହି ବାତ୍ୟାର ପ୍ରଭାବ ଓଡ଼ିଶାରେ ବିଶେଷ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ
କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ।
ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିା ଜାରି କରାଯାଇଛି ।
ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆଜିଠାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଲଘୁଚାପ ଜନିତ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସ୍.ଆର୍.ସି.ଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଏବଂ ମହାନଗର ନିଗମ ଆୟୁକ୍ତଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇ