ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା

0 95

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାଗୁଡ଼ିକ ଲାଗି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ । ଆଗାମୀ ଦୁଇ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ଧରଣର ସ୍ଥାନେ ସ୍ଥାନେ କାଳବୈଶାଖୀ ଜନିତ ପ୍ରବଳ ବର୍ଷା ହୋଇପାରେ ।


କାଲି ବାଲେଶ୍ୱର, ବାରିପଦା, ଅନୁଗୁଳ, କେନ୍ଦୁଝର, ସମ୍ବଲପୁର, କୋରାପୁଟ ଏବଂ ଦାରିଙ୍ଗବାଡିଠାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

Leave A Reply