ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ ନେଇଛି । ଆସନ୍ତା ୧୪ ତାରିଖ ବେଳକୁ ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ୧୪ ତାରିଖ ପରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ।
ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସହ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ ନେଇଛି । ଆସନ୍ତା ୧୩ ତାରିଖରେ ଏହା ଲଘୁଚାପରେ ପରିଣତ ହୋଇ ୧୫ ତାରିଖରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।