ଆଗାମୀ ୩ ଦିନ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ରାଜ୍ୟର ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା
ଲଘୁଚାପ ପ୍ରଭାବରେ ରାଜ୍ୟର ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ସେଗୁଡ଼ିକ ହେଲା – ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର । ସେହିପରି ଏହି ସମୟ ମଧ୍ୟରେ ୧୭ଟି ଜିଲ୍ଲାରେ ଘଡ଼ଘଡ଼ି
ସହ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ଉତ୍ତର ପ୍ରଦେଶ, ଦକ୍ଷିଣ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ ଲଘୁଚାପ କ୍ଷେତ୍ର ବର୍ତ୍ତମାନଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ ରହିଛି । ଏହି ତଟୀୟ ଘୂର୍ଣ୍ଣିବଳୟ ଏବେ ସମୁଦ୍ର ପତନଠାରୁ ୫ ଦଶମିକ ୮ କିଲୋମିଟର ପର୍ଯ୍ୟନ୍ତ ପ୍ରସାର ଲାଭ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ, ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଗକୁ ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ବିଶେଷକରି ଅକ୍ଟୋବର ୨୦ ପର୍ଯ୍ୟନ୍ତ ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିସବୁ ଜିଲ୍ଲାଗୁଡ଼ିକ ହେଉଛି – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ, କନ୍ଧମାଳ, କଳାହାଣ୍ଡି ଓ ସୁନ୍ଦରଗଡ଼ । ତେବେ ଚଳିତ ମାସ ୨୦ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।