ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟମ ଧରଣରୁ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟର ଅନ୍ୟ ଅଞ୍ଛଳରେ ପାଗ ମେଘୁଆ ସହ ଶୁଖିଲା ରହିପାରେ । ଧୀରେ ଧୀରେ ଶୀତର ପ୍ରଭାବ ବଢିବା ସହ ରାତିରେ ଏବଂ ଭୋରରୁ କୁହୁଡିରେ ଆସ୍ତରଣ ଦେଖିବା ପାଇଁ ମିଲିବ ।