ଆଉଟ୍‌ସୋରସିଂ ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି

0 99

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟ୍‍ସୋରସିଂ ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।


ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

ଆଉଟ୍‍ସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତିମାନଙ୍କର ଇପିଏଫ୍‍ ଓ ଇଏସ୍‍ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ । ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥାଗୁଡ଼ିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply