ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ ହ୍ରାସ ପାଉଛି

0 95

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ ହ୍ରାସ ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିଥିବାବେଳେ ଉପକୂଳ ଓଡ଼ିଶାରେ ୨ ଡିଗ୍ରୀ ଖସିଛି ।

dense fog
dense fog

ରାଜ୍ୟର ପାଖାପାଖି ୮ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ସେଲ୍‍ସିୟସ୍‍ ତଳେ ଥିବା ରେକର୍ଡ଼ କରାଯାଇଛି । କନ୍ଧମାଳ ଜିଲ୍ଲାର ଦାରିଙ୍ଗିବାଡ଼ିର ତାପମାତ୍ରା ସର୍ବନିମ୍ନ ୯ ଦଶମିକ ୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି ।

ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ।

Leave A Reply