ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୩୬ ଘଂଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ୧୧ ତାରିଖ ତାରିଖ ସୁଦ୍ଧା ଏହା ତାମିଲନାଡ଼ୁ ଉପକୂଳକୁ ଛୁଇଁବ ।
ତେବେ ଲଘୁଚାପର ପ୍ରଭାବ ଓଡିଶା ଉପରେ ବିଶେଷ ପଡିବ ନାହିଁ । ଆଗାମୀ ଦୁଇ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ । ଲଘୁଚାପ ପ୍ରଭାବରେ ପୂର୍ବ ଦିଗରୁ ଉଷ୍ମ ଏବଂ ଆଦ୍ର ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବ । ଫଳରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ସମ୍ଭାବନା ରହିଛି । ଯାହାଦ୍ୱାରା ଥଣ୍ଡା ସାମାନ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରେ ତାପମାତ୍ରାରେ ବ୍ୟାପକ ପରିବର୍ତ୍ତନ ସହ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୧୨ ଦଶମିକ ୨ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ଼ କରାଯାଇଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ଶୁଷ୍କ ବାୟୁ ପ୍ରବେଶ କରିଥିବାରୁ ତାପମାତ୍ରା ହ୍ରାସ ପାଉଛି । ଆସନ୍ତା ଦୁଇ ତିନି ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।