ବଙ୍ଗୋପସାଗରର ଉତ୍ତର ତାମିଲ୍ନାଡ଼ୁ ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହର ପ୍ରଭାବରେ ତାମିଲ୍ନାଡ଼ୁଠାରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ବର୍ଷା ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗପକ୍ଷରୁ ସୂଚନା ଦିଆଯାଇଛି । ବଙ୍ଗୋପସାଗରର ଉତ୍ତର ତାମିଲ୍ନାଡ଼ୁ ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହର ପ୍ରଭାବରେ ତାମିଲ୍ନାଡ଼ୁଠାରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ବର୍ଷା ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର୍ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଲୋକମାନଙ୍କ ପାଖରେ ଯେପରି ସତର୍କ ଖବର ପହଞ୍ଚିବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାପାଇଁ ପରାମର୍ଶ ଦେଇଛନ୍ତି । କିଛି ଅଘଟଣ ଘଟିଲେ ତୁରନ୍ତ ଏସ୍.ଆର୍.ସି.ଙ୍କ କାର୍ଯ୍ୟାଳୟକୁ ଜଣାଇବା ପାଇଁ କୁହାଯାଇଛି ।