ଧାନ ବିକ୍ରି କରିବା ପାଇଁ ଚାଷୀମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟିଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ

0 103

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍‍ଏମ୍‍ସି ଏବଂ କୃଷି ବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ସମବାୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ଜିଲ୍ଲାମାନଙ୍କରେ ଧାନକିଣା ସ୍ଥିତି ସମୀକ୍ଷା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି । ଧାନ ବିକ୍ରି କରିବା ପାଇଁ ଚାଷୀମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟିଦେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଏଥିରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ ଅଂଶ ଗ୍ରହଣ କରି ବିଭିନ୍ନ ଜିଲ୍ଲାରେ ଧାନ ସଂଗ୍ରହ ସଂପର୍କିତ ବୈଷୟିକ ଏବଂ ପ୍ରଶାସନିକ ବିଷୟରେ ଆଲୋଚନା କରିଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପ୍ରାୟ ୯୮ ହଜାର ଚାଷୀଙ୍କଠାରୁ ୫ଲକ୍ଷ ୧୩ ହଜାର ମେଟ୍ରିକ୍‍ ଟନ୍‍ ଧାନ ସଂଗ୍ରହ କରାଯାଇଥିବା ସୂଚନା ଦିଆଯାଇଥିଲା ।

Leave A Reply