ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିଛି ।
ଏହିସବୁ ସ୍ଥାନରେ କ୍ଲାସ୍ରୁମ୍ ପାଠପଢ଼ା ସହ ହଷ୍ଟେଲଗୁଡ଼ିକୁ ମଧ୍ୟ ବନ୍ଦ କରାଯାଇଛି ।
ତେବେ ସ୍କଲାର୍ ଓ ଗବେଷଣାରତ ଛାତ୍ରଛାତ୍ରୀଙ୍କୁ ଗବେଷଣା ତଥା ପ୍ରକଳ୍ପ କାର୍ଯ୍ୟ ଜାରି ରଖିବାକୁ କର୍ତ୍ତୃପକ୍ଷ ଅନୁମତି ଦେଇଛନ୍ତି ।
ଏଥିପାଇଁ ଛାତ୍ରଛାତ୍ରୀମାନଙ୍କୁ ଅଣ୍ଡରଟେକିଂ ଦେବାକୁ ପଡ଼ିଛି ।
ପିଲାମାନଙ୍କ ପାଇଁ ଭର୍ଚୁଆଲ୍ ତଥା ଅନ୍ଲାଇନ୍ ପାଠପଢ଼ା ଜାରି ରହିଛି ।
ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସମସ୍ତ ଅଫ୍ଲାଇନ୍ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ।
ସରକାରୀ କର୍ମଚାରୀମାନଙ୍କ ପାଇଁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ବିଶ୍ୱବିଦ୍ୟାଳୟ, ବୈଷୟିକ ଶିକ୍ଷା ଅନୁଷ୍ଠାନ ଓ କଲେଜର ଶିକ୍ଷକ ତଥା କର୍ମଚାରୀମାନେ କାର୍ଯ୍ୟ କରୁଛନ୍ତି ।