ଆଉ ୪ ଦିନ କୋହଲା ପାଗ, ସାରା ରାଜ୍ୟରେ ଶୀତ ଲହରୀ ଜାରି
ଭୁବନେଶ୍ୱର — ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । କୋହଲା ପାଗ ଓ ଘନକୁହୁଡ଼ି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ତେବେ ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୋନ୍ପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଝିପିଝିପି ବର୍ଷା ହେବାର ସମ୍ଭାବନା ଥିବାର
ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏପରି କୋହଲା ପାଗ ରହିବ । ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧାରେ ଘନକୁହୁଡ଼ି ଜାରି ରହିବ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏହର ପ୍ରଭାବ ରହିବ । ଗତକାଲି ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ରେକର୍ଡ କରାଯାଇଛି । ଏଠାରେ ତାପମାତ୍ରା ୯ ଦଶମିକ ୩ ଡିଗ୍ରୀ ସେଲ୍ସିୟସ୍ ଥିଲା ।