ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହା ଘନୀଭୂତ ହୋଇ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

0 92

ପଶ୍ଚିମବଙ୍ଗ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ୩ ଦଶମିକ ୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହା ଘନୀଭୂତ ହୋଇ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲା ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‍ସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ କନ୍ଧମାଳର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା
ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply