ଆସନ୍ତା ୨୫ ତାରିଖରେ ପୂର୍ବ କେନ୍ଦ୍ରୀୟ ଓ ଏହାର ନିକଟବର୍ତ୍ତୀ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଓଡ଼ିଶା ଉପରେ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର
୪ଟି ଜିଲ୍ଲା – କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ ଏହି ସମୟ ମଧ୍ୟରେ ଭଦ୍ରକ, ଯାଜପୁର, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧରେ ଘଡ଼ଘଡ଼ି ସହ ହାଲ୍କା ବର୍ଷା ହୋଇପାରେ । ଅନ୍ୟପକ୍ଷରେ ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାଫଳରେ ୨୬ ତାରିଖରୁ ଉପକୂଳ ଓଡ଼ିଶା ଓ
ଏହାର ଆଖପାଖ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୫ ତାରିଖରେ ପୂର୍ବ କେନ୍ଦ୍ରୀୟ ଓ ଏହାର ନିକଟବର୍ତ୍ତୀ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଓଡ଼ିଶା ଉପରେ ସକ୍ରିୟ ଥିବାରୁ
ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।