ଭୁବନେଶ୍ୱର -ବାତ୍ୟା ୟାସ୍ ଯୋଗୁଁ ରାଜ୍ୟର ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲା ବେଶ୍ ପ୍ରଭାବିତ ହୋଇଛି । ତେବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନ ୧୨ଟା ୩୦ ମିନିଟ୍ରେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି ।
ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ତାହାର ଅନୁଧ୍ୟାନ କରିଛନ୍ତି ।