ଭୁବନେଶ୍ୱର – ରାଜ୍ୟ ବିଧାନସଭା ଶୀତକାଳୀନ ଅଧିବେଶନ ଆସନ୍ତା ୧୩ ତାରିଖଠାରୁ ଆରମ୍ଭ ହେଉଛି । ଏହା ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ୍ ସମ୍ପର୍କୀତ ପ୍ରସ୍ତାବ ଗୃହୀତ କରିବେ । ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ଗୃହରେ ଉତ୍ଥାପନ କରିବା ଲାଗି ଅଧିବେଶନ ପୂର୍ବରୁ ଭାରତୀୟ ଜନତା ପାର୍ଟି ବିଧାୟକ ଦଳ ବୈଠକ ଆଜି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ।
ସେହିପରି କଂଗ୍ରେସ ବିଧାୟକ ଦଳ ବୈଠକ ଆସନ୍ତାକାଲି ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଅନ୍ୟ ପକ୍ଷରେ ବିରୋଧୀ ଦଳଙ୍କୁ ଗୃହରେ ମୁକାବିଲା କରିବା ଲାଗି ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ଆସନ୍ତା ବୁଧବାର ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।