ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ପାଇଁ ଆସନ୍ତାକାଲି ନିର୍ବାଚନ କମିଶନଙ୍କ ବିଧିବଦ୍ଧ ବିଜ୍ଞପ୍ତି ସହ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ ଭାବେ ଧାର୍ଯ୍ୟ ହୋଇଥିବା ବେଳେ ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷଦିନ ଭାବେ ଧାର୍ଯ୍ୟ ହୋଇଛି ।
ନଭେମ୍ବର ୩ ତାରିଖରେ ଭୋଟ ଗ୍ରହଣ କରାଯିବା ସହ ନଭେମ୍ବର ୬ ତାରିଖରେ ଭୋଟ୍ ଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ । ସୂଚନା ଅନୁଯାୟୀ ଗତ ମାସ ୧୯ ତାରିଖରେ ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ପରେ ଏହି ଆସନଟି ଖାଲି ପଡ଼ିଛି ।
Comments are closed, but trackbacks and pingbacks are open.