ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ ୨୩ ତମ ପ୍ରତିଷ୍ଠା ଦିବସ
ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ ୨୩ ତମ ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି । ଏହାପୂର୍ବରୁ ଆସନ୍ତା ୨୦ ତାରିଖରେ ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଏବଂ ୨୧ ତାରିଖରେ ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ।
କୋଭିଡ୍ କଟକଣାକୁ ପାଳନ କରି ଆସନ୍ତା ୨୬ ତାରିଖରେ ବିଭିନ୍ନ ସ୍ତରରେ ଦଳର ପ୍ରତିଷ୍ଠା ଦିବସ ପାଳନ କରାଯିବ ବୋଲି ଆଜି ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର ସୂଚନା ପ୍ରଦାନ କରିଛନ୍ତି ।
ଦଳର ଉପସଭାପତି ଶ୍ରୀ ମିଶ୍ର କହିଛନ୍ତି, ୨୦ ଓ ୨୧ ତାରିଖରେ କାର୍ଯ୍ୟକାରିଣୀ ଏବଂ ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକରେ ଦଳର
ସାଙ୍ଗଠନିକ ବିଷୟଠାରୁ ଆରମ୍ଭ କରି ରାଜନୈତିକ ଓ ଅର୍ଥନୈତିକ ଆଦି ବିଭିନ୍ନ ପ୍ରସଙ୍ଗ ଆଲୋଚିତ ହେବ । ବୈଠକରେ ସଭ୍ୟ ସଂଗ୍ରହଠାରୁ ଆରମ୍ଭ କରି ତୃଣମୂଳ ସ୍ତରରେ ନବୀନ ସରକାରଙ୍କ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ସଂକ୍ରାନ୍ତରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯିବ ।