୧୮ ତାରିଖରୁ ଓଡ଼ିଶା ବଜେଟ

0 2,809

ଷୋଡଶ ବିଧାନସଭାର ବଜେଟ୍‍ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ଏହି
ବିଧାନସଭା ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି । ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚଳିତମାସ ୧୮ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୨ ତାରିଖରୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ।

 

budget
ବିଧାନସଭା ସଚିବାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବଜେଟ୍‍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ପ୍ରଦାନ କରିବେ । ସେହିପରି ୨୨ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆସନ୍ତା ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ । ୧୯ ଏବଂ ୨୦ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା କରାଯିବ ।

Leave A Reply