ଭୁବନେଶ୍ୱର – ପୁଣି ଭୁବନେଶ୍ୱରକୁ ଆରମ୍ଭ ହେବ ଏୟାର ଇଣ୍ଡିଆର କାର୍ଗୋ ବିମାନ ସେବା । ଏନେଇ ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର କାର୍ଗୋ ବିମାନ ରାୟପୁରରୁ ଅତ୍ୟାବଶ୍ୟକ ଔଷଧ ଓ ଖାଦ୍ୟ ସାମଗ୍ରୀ ଆଣି ଭୁବନେଶ୍ୱର ଆସିବ । ପରେ ଏହା ଭୁବନେଶ୍ୱରରୁ ଦିଲ୍ଲୀ ଯିବ ବୋଲି ସୂଚନା ମିଳିଛି ।
ଅପରାହ୍ଣ ୩ଟା ୩୦ରେ ରାୟପୁରରୁ ଉଡ଼ାଣ ଆରମ୍ଭ କରି ଏହି ବିମାନ ୪ଟା ୫୦ରେ ଭୁବନେଶ୍ୱରରେ ପହଞ୍ଚବ । ଭୁବନେଶ୍ୱରରୁ ସଂଧ୍ୟା ୫ଟା ୨୦ରେ ଛାଡି ରାତି ୮ଟା ୨୦ରେ ଦିଲ୍ଲୀରେ ପହଞ୍ôଚବ । ପରବର୍ତ୍ତୀ ସମୟରେ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବ ଏହି କାର୍ଗୋ ବିମାନ । ଦେଶରେ ଲକ୍ଡାଉନ୍ ପାଇଁ ଗତ ୨୨ ତାରିଖରୁ ଅନ୍ୟ ବିମାନ ସେବା ବନ୍ଦ ରହିଛି ।