କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ – ସି.ବି.ଏସ୍‍.ଇ.ର ଦ୍ୱାଦଶ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି

0 84

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ – ସି.ବି.ଏସ୍‍.ଇ.ର ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷର ପାସ୍‍ ହାର ରହିଛି ୯୯ ଦଶମିକ ୩/୭ ପ୍ରତିଶତ । ଚଳିତ ବଷର୍ଶ ଛାତ୍ରମାନଙ୍କଠାରୁ ଛାତ୍ରୀମାନେ ଆଗରେ ରହିଛନ୍ତି । କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବିକଳ୍ପ ପଦ୍ଧତିରେ ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ପରୀକ୍ଷା ଫଳ ପ୍ରକାଶ ପାଇଛି ।

ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‍ କରି ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି, ଚଳିତ ଥର ରେକର୍ଡ଼
ସଂଖ୍ୟକ ପାସ୍‍ ହାର ହାସଲ କରିବା ଖୁସିର ବିଷୟ । ଛାତ୍ରଛାତ୍ରୀଙ୍କ ସଫଳତା ପାଇଁ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କ ପରିଶ୍ରମ ପ୍ରଶଂସନୀୟ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । କୃତୀ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷାମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସି.ବି.ଏସ୍‍.ଇ. ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ cbseresults.nic.in cbse.gov.in ରେ ଦେଖିପାରିବେ

Leave A Reply