ରାଜ୍ୟ ସରକାର ଦଶହରା ଏବଂ କୁମାର ପୂର୍ଣ୍ଣିମା ଉପଲକ୍ଷେ ୧୦ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । ଏହି ସମୟ ମଧ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ୍ ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଛୁଟି ପରେ ୨୧ ତାରିଖରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପୁନର୍ବାର ପୂର୍ବ ନିର୍ଦ୍ଧାରିତ ସମୟ ସାରଣୀ ଏବଂ କୋଭିଡ୍ କଟକଣା ଅନୁପାଳନ ପୂର୍ବକ ଶିକ୍ଷାନୁଷ୍ଠାନ ଖୋଲାଯିବ ।
ଏନେଇ ବିଭାଗ ତରଫରୁ ସମସ୍ତ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଜଣାଇଦେବାପାଇଁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।