ଆଗକୁ ପାର୍ବଣ ଋତୁ ଥିବାରୁ କୋଭିଡ୍ ନିୟମ କଡାକଡି ଭାବେ ପାଳନ କରିବା ପାଇଁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ସହାୟତା କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ସହାୟତା ରାଶି ଯୋଗାଇ ଦେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଭିଡ଼ିଓ କନ୍ଫରେନ୍ସିଂ ରାଜ୍ୟରେ କୋଭିଡ୍ ପରିଚାଳନା ସମ୍ପର୍କରେ ମାଧ୍ୟମରେ ସମୀକ୍ଷା କରି ଏହି ଘୋଷଣା କରିଛନ୍ତି । ରାଜ୍ୟରେ କୋଭିଡ୍ ନିୟନ୍ତ୍ରଣ ପାଇଁ କାର୍ଯ୍ୟ କରୁଥିବା ୬୦ଜଣ ଯୋଦ୍ଧା ସହିଦ୍ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ଏହି ସହିଦମାନଙ୍କର ତାଲିକା କେନ୍ଦ୍ର ସରକାରଙ୍କ ନିକଟକୁ ପଠାଯାଇଥିଲେ ମଧ୍ୟ କେନ୍ଦ୍ର ସରକାର କେବଳ ଜଣେ ମାତ୍ର ସହିଦ୍ଙ୍କୁ ସହାୟତା ଦେବା ପାଇଁ ସମ୍ମତି ଦେଇଥିବା ଶ୍ରୀ ପଟ୍ଟନାୟକ କହିଛନ୍ତି । ଏ ସମ୍ପର୍କରେ ରାଜ୍ୟ ସରକାର ପୁଣିଥରେ କେନ୍ଦ୍ର ସରକାରଙ୍କର ଦୃଷ୍ଟି ଆକର୍ଷଣ କରିବେ । ଅନ୍ୟ ପକ୍ଷରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ଲକ୍ଷରୁ ଅଧିକ ସଂକ୍ରମିତ
ଆରୋଗ୍ୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ଗୃହ ସଂଗରୋଧରେ ଥିବା ସଂକ୍ରମିତ ବା କୋଭିଡ୍ ହସ୍ପିଟାଲ୍ରେ ଥିବା ସଂକ୍ରମିତମାନଙ୍କ ସମ୍ପର୍କରେ ବରିଷ୍ଠ ଅଧିକାରୀମାନେ ସିଧାସଳଖ ଯୋଗାଯୋଗ କରି ଭଲ ମନ୍ଦ ପଚାରି ବୁଝିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । ଏଥିସହ ଆଣ୍ଟି ଭାଇରାଲ୍ ଔଷଧ ସମ୍ପର୍କରେ ବ୍ୟାପକ
ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଆଗକୁ ପାର୍ବଣ ଋତୁ ଆସୁଥିବାରୁ କୋଭିଡ୍ ନିୟମାବଳୀକୁ କଡ଼ାକଡ଼ି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।
ଗତକାଲି ଅନୁଷ୍ଠିତ ବୈଠକରେ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୃହ ସଂଗରୋଧରେ ଥିବା ରୋଗୀମାନଙ୍କର ତଦାରଖ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ । ସେହିପରି ସୁସ୍ଥତା ହାରରେ ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଷଷ୍ଠ ସ୍ଥାନରେ ଥିବା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ
କୁମାର ମହାପାତ୍ର ସୂଚନା ଦେଇଛନ୍ତି ।