ସମଗ୍ର ରାଜ୍ୟରେ ଏବେ ଶୀତର ଲହରୀ ବୃଦ୍ଧି ପାଇଥିବାରୁ କେତେକ ସ୍ଥାନରେ ଘନକୁହୁଡି ଦୃଶ୍ୟମାନ ହୋଇଛି । ଏହାର ପ୍ରଭାବରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଆଦି ଜିଲ୍ଲାରେ ଘନକୁହୁଡି ପରିଦୃଶ୍ୟ ହେବାରୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ଣ୍ଣି ଜାରି
କରାଯାଇଛି । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି ।
ଆଗାମୀ ୫ଦିନ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବାବେଳେ ଘନକୁହୁଡି ପ୍ରତି ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ।