ପାଣିପାଗ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଅନୁଭୂତ ହେଉଥିବା ଜଣାପଡ଼ିଛି। ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୪ଟି ସହର ହେଉଛି ସୋନପୁର, ଅନୁଗୋଳ, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ା। ସୋନପୁରରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇ ୧୧.୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଅନୁଗୁଳରେ ୧୨.୬, ଦାରିଙ୍ଗବାଡ଼ିରେ ୧୪ ଓ ଝାରସୁଗୁଡାରେ ୧୪.୧ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱର ଓ କଟକର ତାପମାତ୍ରା ଯଥାକ୍ରମେ ୨୦.୬ ଓ ୧୯ ଡ୍ରିଗୀ ସେଲସିୟସ ରେକର୍ଡ କରାଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ରାଜ୍ୟରେ ପ୍ରବେଶ କରିବ। ଫଳରେ ଉତ୍ତର ଓଡ଼ିଶାର ତାପମାତ୍ରା ୨ ରୁ ୩ ଡିଗ୍ରୀ ଖସିବା ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।