ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି

0 94

ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୮ ଦଶମିକ ୬ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ଏହାସହ ଅନୁଗୁଳ, କଳାହାଣ୍ଡି, ମାଲକାନଗିରି ଓ ଗଜପତି ଜିଲ୍ଲାର କେତେକ ଅଞ୍ଚଳରେ ଘନକୁହୁଡ଼ି ଅନୁଭୂତ ହୋଇଛି ।


ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳରେ ଘନକୁହୁଡି ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply