ରାଜ୍ୟରେ ଗୋଟିଏ ଦିନରେ ଆଉ ୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୮ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୫୪ରେ ପହଞ୍ଚିଛି । ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୫ ଜଣ ସୁସ୍ଥ ହେବା ପରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୧୯୬ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୭୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।
Comments are closed, but trackbacks and pingbacks are open.