ରାଜ୍ୟରେ ଗତକାଲି ୨୪ ଘଣ୍ଟା ମଧ୍ୟରେ ୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୬ ଏବଂ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଥିଲାବେଳେ ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩ଜଣ ସଂକ୍ରମିତ ଅଛନ୍ତି ।
ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୯୮ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୮୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।
Comments are closed, but trackbacks and pingbacks are open.