ଉ ତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟା ‘ବୁ୍ଲ୍ବୁଲ୍’ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ମୁହାଁଇବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏହାର
ପ୍ରଭାବରେ ଉପକୂଳ ତଥା ଉତ୍ତର ଓଡ଼ିଶାରେ ପବନ ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଓଡ଼ିଶା ଉପକୂଳରେ ପବନର ବେଗ
୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ
ଦିଆଯାଇଛି। ଏପରିକି ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀ ଆସନ୍ତାକାଲି ସୁଦ୍ଧା ଫେରିଆସିବାକୁ କୁହାଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।ତେବେ ବାତ୍ୟାକୁ ନେଇ ଆତଙ୍କିତ ନ ହେବାକୁଜନସାଧାରଣଙ୍କୁ
କୁହାଯାଇଛି।ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପାଗ କୋହଲା ରହିବା ସହିତ ସାମାନ୍ୟ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Sign in
Sign in
Recover your password.
A password will be e-mailed to you.