ସାମୁଦ୍ରିକ ବାତ୍ୟା -ବଙ୍ଗୋପସାଗରରେ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନିଭୂତ

0 1,107

ଭୁବନେଶ୍ୱର – ବଙ୍ଗୋପସାଗରରେ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନିଭୂତ ହୋଇ ଅବପାତରେ ପରିଣତ ହେବା ପରେ ଆସନ୍ତା ୧୬ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହା ଓଡ଼ିଶା ଆଡ଼କୁ ମୁହାଁଇବ କି ନାହିଁ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା ଅନୁଯାୟୀ ଏହା ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ ଭାବରେ ପ୍ରଥମେ ଉତ୍ତର-ପଶ୍ଚିମ ଓ ପରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୧୭ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଣ୍ଟା ପ୍ରତି ୬୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର
ସମ୍ଭାବନା ରହିଛି । ତେବେ ଆସନ୍ତାକାଲିଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି ସେମାନଙ୍କୁ ଫେରି ଆସିବା ପାଇଁ ସତର୍କତା ଜାରି କରାଯାଇଛି ।

Leave A Reply