ବାତ୍ୟା….

0 1,293

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘନୀଭୂତ ଲଘୁଚାପ ବଳୟ କେନ୍ଦ୍ରୀୟ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ପରେ ଆଜି ସେହି ଅଞ୍ଚଳରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି ।

ଏହି ସାମୁଦ୍ରିକ ଝଡ଼ ଆସନ୍ତାକାଲି ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ଏବଂ ପରେ ଏହା ନିଜର ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ
ଉତ୍ତର ବଙ୍ଗୋପସାଗର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଓ ପବନ ବହିବାର ସମ୍ଭାବନା ଅଛି । ବିଶେଷକରି ରାଜ୍ୟର ୪ଟି ଜିଲ୍ଲା ଜଗତ୍‍ସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ସମ୍ଭାବ୍ୟ ବାତ୍ୟାପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି କରୁଛନ୍ତି ।

Leave A Reply