ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ

0 644

କଟକ . – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଗୁରୁବାରରେ କଟକ ବଡ଼ ମେଡିକାଲ୍‍ରେ ଚିକିତ୍ସାଧୀନ ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ପଦ୍ମଶ୍ରୀ ରାଓଙ୍କ ଚିକିତ୍ସା ବ୍ୟବସ୍ଥାରେ ଯେଭଳି କୌଣସି ତ୍ରୁଟି ନ ହୁଏ ସେଥିଲାଗି ସ୍ୱାସ୍ଥ୍ୟମନ୍ତ୍ରୀ ମେଡିକାଲ୍‍ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବା
ସହ ତାଙ୍କର ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି । ସୂଚନା ଯୋଗ୍ୟ ଦୁଇ ଦିନ ତଳେ ରାଓ ହଠାତ୍‍ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ବଡ଼
ମେଡିକାଲ୍‍ର ଆଇ.ସି.ୟୁ.ରେ ଭର୍ତ୍ତି କରାଯାଇଛି । ତାଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଡିକାଲ୍‍ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply